Close Menu
Industry Odisha
    Facebook X (Twitter) Instagram
    Trending
    • Union Budget 2026: Five key takeaways for Odisha
    • Money Matters: Budget Jargons that we should know
    • Odisha’s move into a new league in Business: Enterprise Odisha 2026 gives us a sneak peek
    • Union Budget and its role in shaping Indian economy since Independence
    • Why has Odisha Outpaced West Bengal in Growth and Income
    • Odisha’s New Tourism Policy: A Move to Explore the Unexplored
    • ବେଦାନ୍ତ ଆଲୁମିନିୟମର ପରିବର୍ତ୍ତନଶୀଳ ସାମୁଦାୟିକ ପ୍ରଦର୍ଶନୀ କଳାହାଣ୍ଡି ଉତ୍ସବ 2026 ରେ ଦର୍ଶକଙ୍କୁ ଆକର୍ଷିତ କରିଛି
    • वेदांत एल्युमीनियम के परिबर्तनकारी सामुदायिक प्रदर्सन ने कालाहांडी उत्सव २०२६ में दर्शकों को आकर्षित किया
    • About
    • Privacy Policy
    • Contact
    Subscribe
    Industry OdishaIndustry Odisha
    Facebook X (Twitter) LinkedIn
    Wednesday, February 4th, 2026
    • Home
    • India
    • State
    • World
    • Industry
    • Business
    • Politics
    • Environment
    • Special
    • Language
      • English News
      • Hindi News
      • Odia News
    Industry Odisha
    Home » ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    S.SBy S.SJuly 7, 2025Updated:October 9, 2025 Odia News No Comments5 Mins Read
    Image Source: Vedanta Group
    Share
    Facebook Twitter LinkedIn Pinterest Email
    ଭୁବନେଶ୍ୱର , 7 ଜୁଲାଇ ୨୦୨୫ :  ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି କାର୍ଯ୍ୟରେ କ୍ଷେତ୍ର କର୍ମଚାରୀ ଓ ଜନସାଧାରଣଙ୍କୁ ଅଧିକ ପ୍ରୋତ୍ସାହିତ କରିବା ପାଇଁ ଏହି ପୁରସ୍କାର ଗୁଡିକର ପୁନର୍ବିନ୍ୟାସ (Restructuring) କରାଯାଇଛି । ଆଜି ପୁରୁଣା ଭୁବନେଶ୍ୱର ସ୍ଥିତ ବିଏମ୍ ହାଇସ୍କୁଲରେ ଆୟୋଜିତ ବନମହୋତ୍ସବ ସପ୍ତାହ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। ଏହି ନୂତନ ପୁରସ୍କାର ଆଜିଠାରୁ ହିଁ ଲାଗୁ ହୋଇଛି। ଏହି କାର୍ଯ୍ୟକ୍ରମରେ ଚଳିତ ବର୍ଷ ବନ ସୁରକ୍ଷା ଓ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ପୁରସ୍କାର ଯୁଗ୍ମ ଭାବେ ପାଇଛନ୍ତି କଳାହାଣ୍ଡିର ‘ତୁଲଙ୍ଗପଦର ବନ ସୁରକ୍ଷା ସମିତି’ ଏବଂ କରଞ୍ଜିଆ ଫରେଷ୍ଟ ଡିଭିଜନର ‘ପାହାଡପୁର ବନ ସୁରକ୍ଷା ସମିତି’। ଉଭୟଙ୍କୁ  ମିଳିତ ଭାବେ ୪ ଲକ୍ଷ ଟଙ୍କା ପୁରସ୍କାର ଓ ସାର୍ଟିଫିକେଟ୍ ପ୍ରଦାନ କରାଯାଇଛି।
    କଳାହାଣ୍ଡି ନର୍ଥ ଫରେଷ୍ଟ ଡିଭିଜନର ତୁଲଙ୍ଗପଦର ବନ ସୁରକ୍ଷା ସମିତି ବଜାରଗଡ ଜଙ୍ଗଲର  ୫୦ ହେକ୍ଟର ଅଞ୍ଚଳରେ ବୃକ୍ଷ ରୋପଣ କରି ଏହି ଅବକ୍ଷୟ ପ୍ରାପ୍ତ ଜଙ୍ଗଲର ପୁନରୁଧାର କରିପାରିଛନ୍ତି। ଏହି ସମିତିର ଉଦ୍ୟମ ଯୋଗୁଁ ଗତ ତିନି ବର୍ଷରେ ଏହି ଜଙ୍ଗଲରେ ଗୋଟିଏ ବି ବନାଗ୍ନି ଘଟଣା ଘଟି ନାହିଁ। ସେହିପରି କରଞ୍ଜିଆ ଫରେଷ୍ଟ ଡିଭିଜନର ପାହଡପୁର ବନ ସୁରକ୍ଷା ସମିତି ବୁଢିପାଟ ଜଙ୍ଗଲର ୧୫୯ ହେକ୍ଟର ଅଞ୍ଚଳରେ ନିୟମିତ ପାଟ୍ରୋଲିଂ କରି ଜଙ୍ଗଲର ସୁରକ୍ଷା କରିଛନ୍ତି। ଗତ ୫ବର୍ଷ ମଧ୍ୟରେ ଏହି ଜଙ୍ଗଲରେ ଗୋଟିଏ ବି ବନାଗ୍ନି ଘଟଣା ଘଟି ନାହିଁ। ଏହା ସହିତ ମନୁଷ୍ୟ-ହାତୀ ସଂଘର୍ଷ ଘଟଣା ମଧ୍ୟ ନିୟନ୍ତ୍ରଣକୁ ଆସିପାରିଛି।
    ଏହି କାର୍ଯ୍ୟକ୍ରମରେ ନିଜର ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ଏକ ସୁନ୍ଦର ଓ ସବୁଜ ଓଡିଶା ଗଠନ କରିବା ପାଇଁ କହିଲେ ଯେ, ୨୦୩୬ ସୁଦ୍ଧା ଭିଜନ ଓଡିଶା କାର୍ଯ୍ୟକ୍ରମରେ ‘ସବୁଜ ଓଡିଶା’ ଗଠନ ଏକ ପ୍ରମୁଖ ଲକ୍ଷ୍ୟ। ଏହି ଲକ୍ଷ୍ୟ ହାସଲ ପାଇଁ ସମ୍ପ୍ରଦାୟ ନେତୃତ୍ୱାଧୀନ ଜଙ୍ଗଲ ଉଦ୍ୟୋଗ ମାଧ୍ୟମରେ ୧୦ ଲକ୍ଷ ସବୁଜ ଜୀବିକା ସୃଷ୍ଟି କରାଯିବ ଏବଂ ଓଡିଶାକୁ ପରିବେଶ ପର୍ଯ୍ୟଟନ କ୍ଷେତ୍ରରେ ଏକ ମଡେଲ ଭାବେ ବିକଶିତ କରାଯିବ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ, ସବୁଜ ଓଡିଶା ଯୋଜନାରେ ଆଦିବାସୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ଶାଳ, ତେନ୍ତୁଳି, ବାଁଉଶ ଓ ଔଷଧୀୟ ଉଦ୍ଭିଦ ପାଇଁ ୧୦୦ ରୁ ଅଧିକ ପ୍ରକ୍ରିୟା କରଣ କେନ୍ଦ୍ର ପ୍ରତିଷ୍ଠା କରାଯିବ ଏବଂ ଏହାଦ୍ୱାରା ୫ ହଜାର କୋଟି ଟଙ୍କାରୁ ଅଧିକ ଆୟ କରାଯିବାର ଲକ୍ଷ୍ୟ ରଖାଯାଇଛି।
    ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ପ୍ରେରଣାରେ ଗତ ବର୍ଷ ଏକ୍ ପେଡ୍ ମା’ କେ ନାମ ଅଭିଯାନରେ ୬.୬୯ କୋଟି ଚାରା ରୋପଣ କରାଯାଇଥିଲା ଏବଂ ଓଡିଶା ସାରା ଦେଶରେ ଚତୁର୍ଥ ସ୍ଥାନ ଅଧିକାର କରିଥିଲା। ଚଳିତ ବର୍ଷ ‘ଏକ୍ ପୌଧା ମା’ କେ ନାମ-୨.୦’ ଅଭିଯାନରେ ୭.୫ କୋଟି ଚାରା ରୋପଣ କରାଯିବାର ଲକ୍ଷ୍ୟ ରଖାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ବଜ୍ରପାତରୁ ରକ୍ଷା ପାଇବା ପାଇଁ ଗତ ବର୍ଷ ସରକାର ୧୯ ଲକ୍ଷ ତାଳଗଛ ରୋପଣ କରିଥିଲେ ଏବଂ ଚଳିତ ବର୍ଷ ୧୮ ଲକ୍ଷ ତାଳ ଗଛ ରୋପଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିପରି ଶିମିଳିପାଳକୁ ଜାତୀୟ ଉଦ୍ୟାନର ମାନ୍ୟତା ମିଳିବା ପରେ ଆମ ଶିମିଳିପାଳ ଯୋଜନାରେ ରାଜ୍ୟ ସରକାର ଏଠାରେ ୫୦ କୋଟି ଟଙ୍କା ବ୍ୟୟରେ ବନ୍ୟପ୍ରାଣୀ ଓ ଉଦ୍ଭିଦର ସଂରକ୍ଷଣ ପାଇଁ ଏକ ନୂତନ ପ୍ରୟାସ ଆରମ୍ଭ କରିଛନ୍ତି। ଶିମିଳିପାଳ ଭଳି ଜଙ୍ଗଲ ମାନଙ୍କରେ ନିଆଁ ଲାଗିବାକୁ ରୋକିବା ପାଇଁ AI ଆଧାରିତ ବନାଗ୍ନି ଚିହ୍ନଟ ବ୍ୟବସ୍ଥା କାର୍ଯ୍ୟକାରୀ କରିଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
    ସେହିପରି ମନୁଷ୍ୟ ଓ ବନ୍ୟପ୍ରାଣୀ ସଂଘର୍ଷରେ ଅନୁକମ୍ପା ମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି ବୋଲି ପ୍ରକାଶ କରି ବନ୍ୟପ୍ରାଣୀ ସଂଘର୍ଷରେ ଲୋକଙ୍କ ମୃତ୍ୟୁ ହେଲେ ସହାୟତା ରାଶି ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ। ଅନ୍ୟାନ୍ୟ କ୍ଷତିପୂରଣ ରାଶି ମଧ୍ୟ ବୃଦ୍ଧି କରାଯାଇଛି ବୋଲି ସେ କହିଥିଲେ।  ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ କହିଲେ ଯେ, ୨୦୨୫ ବନ ମହୋତ୍ସବର ବିଷୟବସ୍ତୁ ହେଉଛି “ଏକ ପେଡ଼୍ ମା କେ ନାମ୍” ଯାହାର ଅର୍ଥ “ମା’ଙ୍କ ନାମରେ ଗୋଟିଏ ଗଛ”। ଏହି ବିଷୟବସ୍ତୁ ବୃକ୍ଷରୋପଣ ପ୍ରୟାସକୁ ସେମାନଙ୍କର ମା’ଙ୍କ ପ୍ରତି ଉତ୍ସର୍ଗ କରିବାକୁ ଉତ୍ସାହିତ କରୁଛି। ପରିବେଶ, ଅର୍ଥନୀତି ଏବଂ ମାନବ କଲ୍ୟାଣ ପାଇଁ ଜଙ୍ଗଲ ବହୁମୁଖୀ ହିତ ସାଧନ କରେ। ଜଳବାୟୁ ନିୟନ୍ତ୍ରଣ, ଜଳ ବିଶୋଧନ ଏବଂ ଜୈବ ବିବିଧତା ସଂରକ୍ଷଣରେ ଜଙ୍ଗଲ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ, ଜୀବିକା ନିର୍ବାହରେ ସହାୟକ ହେବା ସଙ୍ଗେ ସଙ୍ଗେ କାଠ ଏବଂ ଖାଦ୍ୟ ଭଳି ସମ୍ବଳ ପ୍ରଦାନ କରିଥାଏ । ଏହି କାର୍ଯ୍ୟକ୍ରମରେ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂହ, ଭୁବନେଶ୍ୱର ମେୟର ଶ୍ରୀମତୀ ସୁଲୋଚନା ଦାସ, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମୁଖ୍ୟ ବନ ସଂରକ୍ଷକ ଓ ବନବାହିନୀ ମୁଖ୍ୟ ଶ୍ରୀ ସୁରେଶ ପନ୍ତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ବିଏମ୍ ହାଇସ୍କୁଲର ପ୍ରଧାନଶିକ୍ଷକ ଶ୍ରୀ ସୀତାକାନ୍ତ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।
    ସୂଚନା ଯୋଗ୍ୟ ଯେ, ମାର୍ଚ୍ଚ ୨୧ ବିଶ୍ୱ ବନ ଦିବସ, ଜୁନ୍ ୫ ବିଶ୍ୱ ପରିବେଶ ଦିବସ, ଜୁଲାଇ ମାସରେ ବନ ମହୋତ୍ସବ ସପ୍ତାହ ପାଳନ ଏବଂ ଅକ୍ଟୋବର ମାସରେ ବନ୍ୟ ପ୍ରାଣୀ ସପ୍ତାହ ପାଳନ କରାଯାଇଥାଏ। ଏହି ସବୁ କାର୍ଯ୍ୟକ୍ରମରେ ବିଭିନ୍ନ କର୍ମଚାରୀ, ଅନୁଷ୍ଠାନ ଓ ବ୍ୟକ୍ତିବିଶେଷ ମାନଙ୍କୁ ପୁରସ୍କାର ଦିଆଯାଏ। ଯେହେତୁ ଏହା ଏକ ସାମାଜିକ ଦାୟିତ୍ୱ ତେଣୁ ଏଥିରେ ସମସ୍ତଙ୍କୁ ଅଧିକ ପ୍ରୋତ୍ସାହନ ପ୍ରଦାନ କରିବାର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ସବୁ ପୁରସ୍କାର ଗୁଡିକର ପୁନର୍ବିନ୍ୟାସ କରିଛନ୍ତି। ଅନେକ ପୁରସ୍କାରର ସଂଖ୍ୟା ଓ ପୁରସ୍କାର ରାଶି ପରିମାଣ ମଧ୍ୟ ବୃଦ୍ଧି ହୋଇଛି। ଏହି ସମସ୍ତ ପୁରସ୍କାର ଆଜିଠାରୁ କାର୍ଯ୍ୟକାରୀ କରାଯାଉଛି।
    ଏହି ପୁରସ୍କାର ଗୁଡିକ ହେଉଛି-
    • ବନ ବିଭାଗର କ୍ଷେତ୍ର କର୍ମଚାରୀ ମାନଙ୍କ ପାଇଁ ରାଜ୍ୟ ବନ ପୁରସ୍କାର- ଏଥିରେ ୪ଜଣ ଫରେଷ୍ଟ ରେଞ୍ଜର, ୧୨ ଜଣ ଫରେଷ୍ଟର ଓ ୨୪ ଜଣ ଫରେଷ୍ଟ ଗାର୍ଡଙ୍କୁ ପୁରସ୍କାର ପ୍ରଦାନ କରାଯିବ। ସମସ୍ତଙ୍କୁ ମାନପତ୍ର, ମେଡାଲ ସହିତ ୧୦ ହଜାର ଟଙ୍କା  ଲେଖାଏ ପୁରସ୍କାର ଦିଆଯିବ।
    • ବନୀ କରଣ କିମ୍ବା ବୃକ୍ଷ ରୋପଣ କ୍ଷେତ୍ରରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ପୁରସ୍କାର- ଏଥିରେ ପ୍ରତ୍ୟେକ ସବ୍‌ଡିଭିଜନ୍‌ର ଗୋଟିଏ ଶିକ୍ଷାନୁଷ୍ଠାନକୁ ୧୦ ହଜାର ଟଙ୍କା ଏବଂ ପ୍ରତ୍ୟେକ ସବଡିଭିଜନର ଗୋଟିଏ ଗ୍ରାମପଞ୍ଚାୟତକୁ ୨୦ ହଜାର ଟଙ୍କା ପୁରସ୍କାର ଦିଆଯିବ।
    • ପ୍ରକୃତି ମିତ୍ର ପୁରସ୍କାର-ଏଥିରେ ପ୍ରତ୍ୟେକ ବ୍ଲକର ଗୋଟିଏ ଗ୍ରାମ, ଗୋଟିଏ ଶିକ୍ଷାନୁଷ୍ଠାନ କିମ୍ବା ଗୋଟିଏ ପଞ୍ଜିକୃତ ସଂସ୍ଥାକୁ ଉଲ୍ଲେଖନୀୟ କାମ ପାଇଁ ୧୦ ହଜାର ଟଙ୍କା ପୁରସ୍କାର ଦିଆଯିବ।
    • ପ୍ରକୃତି ବନ୍ଧୁ ପୁରସ୍କାର- ଏଥିରେ ପ୍ରତ୍ୟେକ ବ୍ଲକର ଜଣେ ବ୍ୟକ୍ତିକୁ ପରିବେଶର ସୁରକ୍ଷା ପାଇଁ ସଚେତନତା ସୃଷ୍ଟି କ୍ଷେତ୍ରରେ ଉଲ୍ଲେଖନୀୟ କାମ ପାଇଁ ୫ ହଜାର ଟଙ୍କା ପୁରସ୍କାର ଦିଆଯିବ।
    • ବନ ସୁରକ୍ଷା ଓ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର- ଏଥିରେ ବନ ସୁରକ୍ଷାରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଗୋଟିଏ ବନ ସୁରକ୍ଷା ସମିତିକୁ ରାଜ୍ୟ ସ୍ତରୀୟ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ପ୍ରମାଣପତ୍ର ସହିତ ୪ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯିବ। ଏହା ସହିତ ପ୍ରତ୍ୟେକ ସବଡିଭିଜନରେ ମଧ୍ୟ ଗୋଟିଏ ଲେଖାଏ ବନ ସୁରକ୍ଷା ସମିତିକୁ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ୫୦ ହଜାର ଟଙ୍କା ପୁରସ୍କାର ଦିଆଯିବ।
    • ବନ୍ୟ ପ୍ରାଣୀ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର- ଏଥିରେ ବନ୍ୟ ପ୍ରାଣୀ ଓ ଜୈବ-ବିବିଧତା ସଂରକ୍ଷଣରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜଣେ ବ୍ୟକ୍ତି କିମ୍ବା ଗୋଟିଏ ଅନୁଷ୍ଠାନକୁ ରାଜ୍ୟ ସ୍ତରୀୟ ପୁରସ୍କାର ପ୍ରଦାନ କରାଯିବ। ଏଥିରେ ଗୋଟିଏ ସାର୍ଟିଫିକେଟ୍ ଓ ୪ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯିବ। ସେହିପରି ପ୍ରତ୍ୟେକ ସବଡିଭିଜନ ସ୍ତରରେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟପାଇଁ ଗୋଟିଏ ସାର୍ଟିଫିକେଟ ଓ ୨୫ ହଜାର ଟଙ୍କା ପୁରସ୍କାର ପ୍ରଦାନ କରାଯିବ ।
    Post Views: 154
    CM Mohan Charan Majhi Forest and Environment Department Prime Minister Narendra Modi
    S.S
    • Website

    Keep Reading

    Odisha’s New Tourism Policy: A Move to Explore the Unexplored

    ବେଦାନ୍ତ ଆଲୁମିନିୟମର ପରିବର୍ତ୍ତନଶୀଳ ସାମୁଦାୟିକ ପ୍ରଦର୍ଶନୀ କଳାହାଣ୍ଡି ଉତ୍ସବ 2026 ରେ ଦର୍ଶକଙ୍କୁ ଆକର୍ଷିତ କରିଛି

    Gig economy: A hustle for millions in India

    How can Odisha turn India’s growing GDP into an industrial powerhouse?

    Is Odisha emerging as the new Silicon Valley of East India?

    ବେଦାନ୍ତ ଲାଞ୍ଜିଗଡ଼ କାର୍ଯ୍ୟକ୍ଷେତ୍ରରେ ଜରୁରୀକାଳୀନ ମକ୍ ଡ୍ରିଲ୍ ସହିତ ଶୂନ୍ୟ କ୍ଷତି ପ୍ରତିବଦ୍ଧତାକୁ ସୁଦୃଢ଼ କରିଛି

    Editor Picks

    Union Budget 2026: Five key takeaways for Odisha

    February 3, 2026

    Money Matters: Budget Jargons that we should know

    January 31, 2026

    Odisha’s move into a new league in Business: Enterprise Odisha 2026 gives us a sneak peek

    January 30, 2026

    Union Budget and its role in shaping Indian economy since Independence

    January 28, 2026
    Latest Posts

    Union Budget 2026: Five key takeaways for Odisha

    February 3, 2026

    The Union Budget 2026, which was presented by finance minister Nirmala Sitharaman on Sunday (a…

    Money Matters: Budget Jargons that we should know

    January 31, 2026

    Union Finance Minister Nirmala Sitharaman will present the Union Budget 2026 on February 1.  Ahead…

    Odisha’s move into a new league in Business: Enterprise Odisha 2026 gives us a sneak peek

    January 30, 2026

    Enterprise Odisha 2026 event began on 28th January in Rourkela, and it gave us a…

    Subscribe to Updates

    Get the latest creative news from FooBar about art, design and business.

    Advertisement
    Demo
    industry odisha news portal latest odisha business updates odisha economy and industry bhubaneswar industrial development odisha investment opportunities real-time business news odisha msme and startup odisha
    Facebook X (Twitter) LinkedIn
    • About
    • Privacy Policy
    • Contact
    © 2026 IndustryOdisha.com | All Rights Reserved.

    Type above and press Enter to search. Press Esc to cancel.