Close Menu
Industry Odisha
    Facebook X (Twitter) Instagram
    Trending
    • ବେଦାନ୍ତ ଲାଞ୍ଜିଗଡ଼ର ପ୍ରକଳ୍ପ ସଙ୍ଗମ ମାଛ ଚାଷ ଚାଷୀଙ୍କ ପାଇଁ ନୂତନ ଆୟ ସ୍ରୋତ ସୃଷ୍ଟି କରିଛି
    • वेदांता लांजीगढ़ ने ‘प्रोजेक्ट संगम’ के अंतर्गत मत्स्य पालन पहल से किसानों के लिए नई आमदनी का स्रोत
    • Vedanta Lanjigarh Creates New Income Stream for Farmers with Pisciculture Initiative under Project Sangam
    • ବେଦାନ୍ତ ଲାଞ୍ଜିଗଡ଼ କଳାହାଣ୍ଡି ଏବଂ ରାୟଗଡ଼ାର ୯୨ଟି ଗାଁରେ ବାର୍ଷିକ ମୋତିଆବିନ୍ଦୁ ଅସ୍ତ୍ରୋପଚାର ଅଭିଯାନ ଆରମ୍ଭ କରିଛି
    • वेदाांता लांजीगढ़ ने कालाहांडी और रायगढ़ा के 92 गांवों में वार्षिक मोतियाबिंद सर्जरी अभियान शुरू किया
    • Vedanta Lanjigarh Launches Annual Cataract Surgery Drive across 92 Villages in Kalahandi and Rayagada
    • ବେଦାନ୍ତ ଲାଞ୍ଜିଗଡ଼ର ତୀରନ୍ଦାଜ ପ୍ରୟାସ: ଓଡ଼ିଶା ସ୍କୁଲ ତୀରନ୍ଦାଜ ଚାମ୍ପିଅନସିପରେ ୧୨ଟି ପଦକ ଜିତି ଚାମ୍ପିଅନ
    • वेदांता लांजीगढ़ तीरंदाजी पहल ने ओडिशा स्कूल तीरंदाजी चैम्पियनशिप में 12 पदक जीतकर ‘ओवरऑल चैम्पियन’ का खिताब हासिल किया
    • About
    • Privacy Policy
    • Contact
    Subscribe
    Industry OdishaIndustry Odisha
    Facebook X (Twitter) LinkedIn
    Sunday, October 19th, 2025
    • Home
    • India
    • State
    • World
    • Industry
    • Business
    • Politics
    • Environment
    • Special
    • Language
      • English News
      • Hindi News
      • Odia News
    Industry Odisha
    Home » ଓଡ଼ିଶାରେ ୧ଲକ୍ଷ କୋଟି ନିବେଶ କରିବ ‘ବେଦାନ୍ତ’

    ଓଡ଼ିଶାରେ ୧ଲକ୍ଷ କୋଟି ନିବେଶ କରିବ ‘ବେଦାନ୍ତ’

    S.SBy S.SDecember 17, 2024Updated:October 16, 2025 Odia News No Comments2 Mins Read
    Image Source; Vedanta Group
    Share
    Facebook Twitter LinkedIn Pinterest Email

    ମୁମ୍ବାଇ,୧୭/୧୨/୨୦୨୪: ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ଭାବରେ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିବା ସହିତ ରାଜ୍ୟରେ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରି ସାରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବାକୁ ଯାଉଛି ବେଦାନ୍ତ।

    ମେକ୍-ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପ୍ରତିନିଧିତ୍ବ ଦଳ ସହ ଆଲୋଚନାବେଳେ ବେଦାନ୍ତ ଲିମିଟେଡ୍ ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଘୋଷଣା କରିଛି । ଅକ୍ଷୟ ଶକ୍ତିଦ୍ୱାରା ପରିଚାଳିତ ସବୁଜ ଆଲୁମିନିୟମ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇ ବାର୍ଷିକ ୬ ନିୟୁତ ଟନ୍ ଆଲୁମିନିୟମ ରିଫାଇନାରୀ ଓ ୩ ମିଲିୟନ ଟନ୍‍ କ୍ଷମତା ବିଶିଷ୍ଟ ଆଲୁମିନିୟମ କାରଖାନା ପ୍ରତିଷ୍ଠା ଦିଗରେ ଏହି ପୁଞ୍ଜି ନିବେଶକୁ ଆଗେଇ ନିଆଯିବ । ଅଟୋ, ଶକ୍ତି, ର୍ନିମାଣ ଏବଂ ରେଲୱେ ଭଳି ଶତାଧିକ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଆଲୁମିନିୟମର ଅଧିକ ପ୍ରୟୋଗ ହେଉଥିବାରୁ ଏହା ଆନୁଷଙ୍ଗିକ ଶିଳ୍ପ ପାଇଁ ଏକ ବିଶାଳ ଶିଳ୍ପ କମ୍ପେ୍ଲକ୍ସ ସୃଷ୍ଟି କରିବ । ୨୦୩୦ ସୁଦ୍ଧା ଅଧା ଟ୍ରିଲିୟନ ଡଲାର ଅର୍ଥନୀତି ହାସଲ କରିବା ଲକ୍ଷ୍ୟ ନେଇ ଓଡ଼ିଶା ଅନ୍ୟତମ ବିକଶିତ ରାଜ୍ୟରେ ପରିଣତ ହେବା ଦିଗରେ ଅଗ୍ରସର ହେଉଥିବାବେଳେ ବେଦାନ୍ତ ଝାରସୁଗୁଡ଼ା ଭଳି ରାୟଗଡ଼ାକୁ ଏକ ଉଚ୍ଚ ବିକଶିତ ଅଞ୍ଚଳଭାବେ ପରିଚୟ ଦେବାକୁ ଲକ୍ଷ୍ୟ ରଖିଛି । ଓଡ଼ିଶାରେ ଏହା ହେଉଛି ସର୍ବବୃହତ୍‍ ପୁଞ୍ଜିନିବେଶ ଯାହା ୧୦୦୦ ଏମ୍‌ଏସ୍‌ଏମ୍‌ଇ ପାଇଁ ସୁଯୋଗ ସୃଷ୍ଟି ସହିତ ୨ ଲକ୍ଷ ନିଯୁକ୍ତି ସୃଷ୍ଟି କରିବ। ଆଲୁମିନିୟମ ଭବିଷ୍ୟତର ଭିତ୍ତିଭୂମି ହୋଇଥିବାରୁ ୨୦୩୦ ସୁଦ୍ଧା ଆଲୁମିନିୟମର ଚାହିଦା ସମାନ ଭାବରେ ବୃଦ୍ଧି ପାଇବ ।

    ୨୦୪୭ ସୁଦ୍ଧା ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତ ପରିକଳ୍ପନା ପ୍ରତି ଓଡ଼ିଶାର ନୂତନ ଡବଲ ଇଞ୍ଜିନ ସରକାର ପ୍ରତିଶୃତିବଦ୍ଧ । ୨୦୩୦ ସୁଦ୍ଧା ଓଡ଼ିଶାକୁ ଅଧା ଟ୍ରିଲିୟନ ଡଲାର ଅର୍ଥନୀତିରେ ପରିଣତ କରିବାକୁ ଲକ୍ଷ୍ୟ ରଖାଯାଇଥିବାରୁ ଆମେ ନୂଆ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ବିଶ୍ୱକୁ ଆମନ୍ତ୍ରଣ କରୁଛୁ । ଆମେ ଜାନୁଆରୀ ୨୦୨୫ରେ ମେକ୍ ଇନ୍ ଓଡ଼ିଶା କାର୍ୟ୍ୟକ୍ରମ ଉତ୍କର୍ଷ ଓଡ଼ିଶା ଆୟୋଜନ କରୁଛୁ ଏବଂ ଆଜି ପ୍ରି-ଇଭେଣ୍ଟ ରୋଡ୍ ସୋ’ ସମୟରେ ବେଦାନ୍ତ ଅଧ୍ୟକ୍ଷ ଶ୍ରୀ ଅନୀଲ ଅଗ୍ରୱାଲଙ୍କ ସହ ଫଳପ୍ରଦ ଆଲୋଚନା କରିଛୁ ଯିଏ କି ଆମର ନୂତନ ସୁଦୃଢ଼ ନୀତି ଢାଞ୍ଚାରେ ପ୍ରଭାବିତ ହୋଇଛନ୍ତି । ସେ ଆମ ସରକାରଙ୍କ ସହ ହାତ ମିଶାଇ ଓଡ଼ିଶାରେ ପୁଞ୍ଜିନିବେଶକୁ ଦ୍ୱିଗୁଣିତ କରିଛନ୍ତି । ନୂଆ ଆଳୁମିନା ପ୍ରକଳ୍ପରେ ୧ ଲକ୍ଷ କୋଟି ଟଙ୍କାର ବିନିଯୋଗ ସୁଯୋଗ ରହିଛି ଯାହା ରାଜ୍ୟବାସୀଙ୍କ ପାଇଁ ଅଧିକ ନିଯୁକ୍ତି ସୃଷ୍ଟି କରିବ। ଏହି ନୂତନ ବିନିଯୋଗ ପାଇଁ ଶ୍ରୀ ଅଗ୍ରୱାଲଙ୍କୁ ଧନ୍ୟବାଦ ଜଣାଉଛି ଏବଂ ଏହି ପ୍ରକଳ୍ପଗୁଡିକର ବିକାଶ ଦିଗରେ ରାଜ୍ୟ ସରକାର ପୂର୍ଣ୍ଣ ସହଯୋଗ କରିବେ ବୋଲି ମୁଖ୍ୟମନ୍ତୀ ସୁନିଶ୍ଚିତ କରିଛନ୍ତି ।

    ସେହିପରି, ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଥିଲେ ଯେ, ବେଦାନ୍ତର ଅଭିବୃଦ୍ଧିରେ ଓଡ଼ିଶା ସବୁବେଳେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଆମର ପୁଞ୍ଜିନିବେଶ ରାଜ୍ୟର ସାମଗ୍ରିକ ଅଭିବୃଦ୍ଧି ଏବଂ ବୃହତ ଶିଳ୍ପାୟନ ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆମେ ରାଜ୍ୟର ଅର୍ଥନୈତିକ ପ୍ରଗତିରେ ଯୋଗଦାନ ଜାରି ରଖିବୁ, ସମୁଦାୟକୁ ସଶକ୍ତ କରିବୁ ଏବଂ ଓଡ଼ିଶାର କୋଟି କୋଟି ଲୋକଙ୍କ ଜୀବନର ଗୁଣବତ୍ତା ବୃଦ୍ଧି କରିବୁ । ଏହି ଘୋଷଣା କେବଳ ଓଡ଼ିଶାର ବିକାଶରେ ବେଦାନ୍ତର ଏକ ପ୍ରମୁଖ ଅଂଶୀଦାର ଭାବରେ ସ୍ଥିତିକୁ ଦୋହରାଇ ନାହିଁ ବରଂ ଆଲୁମିନିୟମ ଏବଂ ଶିଳ୍ପ ଉଦ୍ଭାବନ ପାଇଁ ଏକ ବିଶ୍ୱସ୍ତରୀୟ କେନ୍ଦ୍ରରେ ପରିଣତ ହେବାର ରାଜ୍ୟର ସମ୍ଭାବନାକୁ ସୁଦୃଢ଼ କରିଛି ।

    Post Views: 72
    Industry Odisha Vedanta Aluminium
    S.S
    • Website

    Keep Reading

    ବେଦାନ୍ତ ଲାଞ୍ଜିଗଡ଼ର ପ୍ରକଳ୍ପ ସଙ୍ଗମ ମାଛ ଚାଷ ଚାଷୀଙ୍କ ପାଇଁ ନୂତନ ଆୟ ସ୍ରୋତ ସୃଷ୍ଟି କରିଛି

    वेदांता लांजीगढ़ ने ‘प्रोजेक्ट संगम’ के अंतर्गत मत्स्य पालन पहल से किसानों के लिए नई आमदनी का स्रोत

    Vedanta Lanjigarh Creates New Income Stream for Farmers with Pisciculture Initiative under Project Sangam

    ବେଦାନ୍ତ ଲାଞ୍ଜିଗଡ଼ କଳାହାଣ୍ଡି ଏବଂ ରାୟଗଡ଼ାର ୯୨ଟି ଗାଁରେ ବାର୍ଷିକ ମୋତିଆବିନ୍ଦୁ ଅସ୍ତ୍ରୋପଚାର ଅଭିଯାନ ଆରମ୍ଭ କରିଛି

    वेदाांता लांजीगढ़ ने कालाहांडी और रायगढ़ा के 92 गांवों में वार्षिक मोतियाबिंद सर्जरी अभियान शुरू किया

    Vedanta Lanjigarh Launches Annual Cataract Surgery Drive across 92 Villages in Kalahandi and Rayagada

    Editor Picks

    ବେଦାନ୍ତ ଲାଞ୍ଜିଗଡ଼ର ପ୍ରକଳ୍ପ ସଙ୍ଗମ ମାଛ ଚାଷ ଚାଷୀଙ୍କ ପାଇଁ ନୂତନ ଆୟ ସ୍ରୋତ ସୃଷ୍ଟି କରିଛି

    October 17, 2025

    वेदांता लांजीगढ़ ने ‘प्रोजेक्ट संगम’ के अंतर्गत मत्स्य पालन पहल से किसानों के लिए नई आमदनी का स्रोत

    October 17, 2025

    Vedanta Lanjigarh Creates New Income Stream for Farmers with Pisciculture Initiative under Project Sangam

    October 17, 2025

    ବେଦାନ୍ତ ଲାଞ୍ଜିଗଡ଼ କଳାହାଣ୍ଡି ଏବଂ ରାୟଗଡ଼ାର ୯୨ଟି ଗାଁରେ ବାର୍ଷିକ ମୋତିଆବିନ୍ଦୁ ଅସ୍ତ୍ରୋପଚାର ଅଭିଯାନ ଆରମ୍ଭ କରିଛି

    October 13, 2025
    Latest Posts

    ବେଦାନ୍ତ ଲାଞ୍ଜିଗଡ଼ର ପ୍ରକଳ୍ପ ସଙ୍ଗମ ମାଛ ଚାଷ ଚାଷୀଙ୍କ ପାଇଁ ନୂତନ ଆୟ ସ୍ରୋତ ସୃଷ୍ଟି କରିଛି

    October 17, 2025

    ଲାଞ୍ଜିଗଡ଼, ୧୭ ଅକ୍ଟୋବର ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ସ୍ଥାୟୀ ଜୀବିକାକୁ ପ୍ରୋତ୍ସାହିତ କରିବା ଏବଂ…

    वेदांता लांजीगढ़ ने ‘प्रोजेक्ट संगम’ के अंतर्गत मत्स्य पालन पहल से किसानों के लिए नई आमदनी का स्रोत

    October 17, 2025

    भुवनेश्वर, 17 अक्टूबर 2025: भारत की सबसे बड़ी एल्युमिनियम उत्पादक कंपनी, वेदांता एल्युमिनियम ने सतत…

    Vedanta Lanjigarh Creates New Income Stream for Farmers with Pisciculture Initiative under Project Sangam

    October 17, 2025

    Lanjigarh, 17th October 2025: Vedanta Aluminium, India’s largest producer of aluminium, in a significant step…

    Subscribe to Updates

    Get the latest creative news from FooBar about art, design and business.

    Advertisement
    Demo
    industry odisha news portal latest odisha business updates odisha economy and industry bhubaneswar industrial development odisha investment opportunities real-time business news odisha msme and startup odisha
    Facebook X (Twitter) LinkedIn
    • About
    • Privacy Policy
    • Contact
    © 2025 IndustryOdisha.com | All Rights Reserved.

    Type above and press Enter to search. Press Esc to cancel.